ରାଜ୍ୟରୁ ୮୬ କରୋନା ସଂକ୍ରମିତ ଚିହ୍ନଟ ,୩ ମୃତ

ବର୍ତ୍ତମାନ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଉଛି I ଗତ ଦୁଇ ଦିନ ମଧ୍ୟରେ ସଂକ୍ରମଣ ଶହେତଳକୁ ରହୁଥିବା ଦେଖାଯାଇଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଏହାସହିତ ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତଂକ ମୃତ୍ୟୁ ଘଟିଛି I ମୃତକ ୩ ଜଣ ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି I ଆଜି ର ମୃତକ ଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି I
ସେହିଭଳି ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦ ଓ ସ୍ଥାନୀୟ ଅଞ୍ଚଳରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୬୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୫୬୫ ରହିଥିବା ବେଳେ ୮୯୭ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୫୬୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୮୭୫୯୨୭ସାମ୍ପୁଲ ଟେଷ୍ଟ୍ ହୋଇଛି ।