ରାଜ୍ୟରେ ଅତି ଦ୍ରୁତ ଗତିରେ ମାଡି ଚାଲିଛି କରୋନା ସଂକ୍ରମଣ । ନୂଆ ବର୍ଷ ପରଠାରୁ ମାତ୍ର ଗୋଟିଏ ସପ୍ତାହ ଭିତରେ ହୁ ହୁ ହୋଇ ବଢିଚାଲିଛି ସଂକ୍ରମଣ I ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଅଣାୟତ୍ତ ଥିବାବେଳେ ତା ସାଙ୍ଗକୁ ଅମୀକ୍ରନ ସଂକ୍ରମଣ ତାଳ ଦେଇ ଆଜି ଏକ ଥରକେ ୬୭ ଜଣ ସଂକ୍ରମିତ ଚିହ୍ନଟ ହେଇଛନ୍ତି I ବ୍ୟାପକ ଟୀକାକରଣ ଓ ଜନସଚେତନତା ସତ୍ତ୍ୱେ ଏ ଥର ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି ।
ସେହି ପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୭୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦୯୬ ଓ ସ୍ଥାନୀୟ ଅଞ୍ଚଳରୁ ୩୬୮୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୯୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯୧ ହଜାର ୫୪୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୭୮୩ ରହିଥିବା ବେଳେ ୩୫ ହଜାର ୨୪୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଲକ୍ଷ ୯୧ ହଜାର ୫୪୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୭୮୩ ରହିଥିବା ବେଳେ ୩୫ ହଜାର ୨୪୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।