କେନ୍ଦ୍ରମନ୍ତ୍ରୀଙ୍କୁ ଦଳୀୟ କର୍ମୀଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ

ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନୁରାଗ ଠାକୁର । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପ୍ରେସମିଟ୍ କରିବେ ଦୁଇ କେନ୍ଦ୍ରମନ୍ତ୍ରୀ । ଉତ୍କଳ ବିଶ୍ବବିଦ୍ୟାଳୟରେ ନେହରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ‘‘ମୋ ମାଟି ମୋ ଦେଶ’’ କାର୍ଯ୍ୟକ୍ରମରେ ସାମିଲ୍ ହେବେ ।

ଅପରାହ୍ନରେ ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ସମ୍ବାଦ’ର ୪୦ ବର୍ଷ ପୂର୍ତ୍ତି ସମାରୋହରେ ଅତିଥି ଭାବେ ଯୋଗ ଦେବେ । ଅନ୍ୟପଟେ ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଆୟୋଜିତ ହେବାକୁ ଥିବା ଓଡ଼ିଆ ଦୈନିକ ‘ପ୍ରଜାତନ୍ତ୍ର’ର ପ୍ରଥମ ପ୍ରକାଶନର ଶତବାର୍ଷିକୀ ସମାରୋହରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।