ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ ପ୍ରଧାନ

ଜୀବନ ଯୁଦ୍ଧରେ ହାରିଗଲେ ଅମ୍ରିତ ପ୍ରଧାନ Iକରୋନାରେ ପୀଡ଼ିତ ହୋଇ ଅମ୍ରିତଙ୍କ ଫୁସଫୁସ୍‌ ସଂକ୍ରମିତ ହୋଇଥିଲା। ଏହାପରେ ଭୁବନେଶ୍ୱରରୁ ଅମ୍ରିତଙ୍କୁ ଚେନ୍ନାଇକୁ ଏୟାରଲିଫ୍ଟ କରାଯାଇଥିଲା । ନିକଟରେ ଅମ୍ରିତଙ୍କ ହୋଇଥିଲା ଫୁସଫୁସ ପ୍ରତିରୋପଣ । କିନ୍ତୁ ଡାକ୍ତର ମାନଙ୍କ ର ଶତ ଚେଷ୍ଟା ସତ୍ୱେ ଅମୃତ ଙ୍କର ଜୀବନ ରକ୍ଷା ହୋଇ ପାରିଲାନାହିଁ Iଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଆଖିବୁଝିଛନ୍ତି ଅମ୍ରିତ । ଅର୍ଥ ସଂଗ୍ରହ ପାଇଁ ‘ମିଲାପ’ର ନିଆଯାଇଥିଲା ସହଯୋଗ । ତାଙ୍କୁ ଏକମୋରେ ଚିକିତ୍ସା କରାଇବା ଜରୁରୀ ହୋଇପଡ଼ିବାରୁ ପରିବାରଲୋକ ଜୁନ୍ ୩ ତାରିଖ ଦିନ ଅମ୍ରିତଙ୍କୁ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ଭୁବନେଶ୍ବର ଏମସରୁ ତାଙ୍କୁ ଏୟାରଲିଫ୍ଟ କରାଯାଇ ଚେନ୍ନାଇ ନିଆଯାଇଥିଲା। ସେଠାରେ ଦୀର୍ଘ ଦିନ ଧରି ତାଙ୍କର ଏକମୋ ଚିକିତ୍ସା ଚାଲିଥିଲା। କିନ୍ତୁ ଫୁସଫୁସ୍‌ରେ କୌଣସି ପ୍ରକାର ଉନ୍ନତି ଦେଖା ନଦେବାରୁ ହସ୍ପିଟାଲ ପକ୍ଷରୁ ଫୁସଫୁସ୍ ପ୍ରତିରୋପଣ କରାଯାଇଥିଲା । ଅମ୍ରିତଙ୍କ ବିୟୋଗ ନେଇ ସୂଚନା ଦେଇଛନ୍ତି ତାଙ୍କ ଭଉଣୀ ।

Comments (0)
Add Comment