ରାଜ୍ୟ ରୁ ଆଉ ଜଣ ୯ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହାର ଲଗାତାର ହ୍ରାସ ପାଉଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍‌ରୁ ଓ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୯୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୩୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୦୦୦୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।