ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।  ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରର କେଉପଡ଼ା ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରାଯାଇଛି। ପୁରେନ୍ଦ୍ର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ  ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଛନ୍ତି।