ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଆଇପିଏସ୍ ଅରୁଣ ଷଡ଼ଙ୍ଗୀ। ଆଜି ଲୋକସେବା ଭବନ ସେ ଡଃ ସରିତା ସୁପକାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି ୨୦୨୩ ଅଗଷ୍ଟ ମାସରେ ଅବସର ନେବା ପରଠୁ ଓପିଏସସି ସଦସ୍ୟ ଡଃ ସରିତା ସୁପକାର କାର୍ୟ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉ ଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ଅରୁଣ ଷଡ଼ଙ୍ଗୀ କହିଛନ୍ତି, ଗୁରୁ ଦାୟିତ୍ୱ ମିଳିଛି, ସୂଚାରୁ ରୂପେ ତୁଲାଇବି। ଓଡ଼ିଶା ଲୋକସେବା ଆୟୋଗ  ପରୀକ୍ଷାରେ଼ ସ୍ୱଚ୍ଛତା, ସଠିକ ମୂଲ୍ୟାୟନ ଓ ସନ୍ଦେହ ବିହୀନ ପରୀକ୍ଷା ପରିଚାଳନା କରିବା ସବୁଠୁ ବଡ଼ ଦାୟିତ୍ୱ ରହିବ। କେହି ଯେପରି ଓଡ଼ିଶା ଲୋକସେବା ଆୟୋଗର ପରୀକ୍ଷାକୁ ନେଇ ପ୍ରଶ୍ନ ଉଠାଇବେନି ସେ ନେଇ ସବୁ ପଦକ୍ଷେପ ନିଆଯିବ। ଯଦି କୌଣସି ଆଶାୟୀ କାହାକୁ ଆପ୍ରୋଚ କରି କିମ୍ବା ପଇସା ଦେଇକି ଚାକିରି କରିବାକୁ ଆଶା ରଖୁଥିବେ, ତାହା ହେଲେ ସେହି ଆଶାୟୀ ଜଣଙ୍କ ଜାଣି ରଖିବା ଦରକାର ସେ ଲୋକଟା ତାଙ୍କୁ ଠକୁଛି। ଆଶାୟୀ ଜଣଙ୍କ ସେଥିରୁ ନିବୃତ୍ତ ରୁହନ୍ତୁ ବୋଲି କହିଛନ୍ତି ଅରୁଣ ଷଡ଼ଙ୍ଗୀ।