ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ଆରମ୍ଭ ହୋଇଛି ଓଡିଶା ବିଧାନସଭା ଶୀତକାଳୀନ ଅଧିବେଶନ । ଦିବଂଗତ ସଦସ୍ୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରା, ଉମେଶ ଚନ୍ଦ୍ର ସ୍ୱାଇଁ, ରାମରାୟ ମୁଣ୍ଡାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ପୂର୍ବତନ ସିପାହୀ ସୀତାରାମ ମୁର୍ମୁଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ କରୋନା ଯୋଦ୍ଧାଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସମର୍ଥନ କରିଛନ୍ତି । ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ନ ୫ଟା ଯାଏଁ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

Comments (0)
Add Comment