ଅଷ୍ଟ୍ରେଲିଆ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ ଦୁବାଇରେ ଖେଳାଯାଉଛି। ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂ ପାଇଁ ପଡିଆକୁ ଓହ୍ଳାଇବ।

ଭାରତର ଖେଳାଳି ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ଅକ୍ସର ପଟେଲ, କେ.ଏଲ୍ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ।