‘ବାର୍ତ୍ତାଳାପ’ ସାମ୍ବାଦିକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ: ଅଖିଳ କୁମାର ମିଶ୍ର

ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଆୟୋଜିତ ‘‘ବାର୍ତ୍ତାଳାପ’’ କାର୍ଯ୍ୟକ୍ରମ ସାମ୍ବାଦିକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ ଭଳି କାର୍ଯ୍ୟ କରେ ବୋଲି ପିଆଇବି ଏଡିଜି ଅଖିଳ କୁମାର ମିଶ୍ର ପ୍ରକାଶ କରିଛନ୍ତି। ପିଆଇବି ରାଞ୍ଚି ପକ୍ଷରୁ ଝାଡ଼ଖଣ୍ଡର ଷଢ଼େଇକଳା ଓ ଖରସୁଆଁଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’ ଆୟୋଜିତ ହୋଇଯାଇଛି। ଏଥିରେ ଯୋଗଦେଇ ଶ୍ରୀ ମିଶ୍ର କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନିର୍ଭୁଲ ସୂଚନା ପ୍ରଦାନ କରେ ଏବଂ ସେମାନଙ୍କୁ କାର୍ଯ୍ୟ କରିବା ପାଇଁ ଅନୁପ୍ରାଣିତ କରେ। ସମାଜ ଗଠନରେ ସାମ୍ବାଦିକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସେ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିଲେ।