ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍

ବହୁ ପ୍ରତୀକ୍ଷାର ହେବ ଅନ୍ତ । ଆଜିଠାରୁ ଓଡିଶାରେ ଗଡ଼ି ବନ୍ଦେ ଭାରତ ଏକ୍ସପ୍ରେସ । ପୁରୀ ରୁ ହାୱଡା ମଧ୍ୟରେ ଚଳାଚଳ କରିବ ଏହି ଟ୍ରେନ୍ । ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ହାଓଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌ (୨୨୮୯୫) ହାଓଡ଼ାରୁ ସକାଳ ୬ଟା ୧୦ରେ ପୁରୀ ଅଭିମୁଖେ ବାହାରିବ । ପୁରୀରୁ ଏହି ଟ୍ରେନ୍ ଦିନ ୧ଟା ୫୦ରେ ଛାଡ଼ିବ ଓ ସନ୍ଧ୍ୟା ସାଢ଼େ ୮ଟାରେ ହାୱଡାରେ ପହଞ୍ଚିବ । ବନ୍ଦେ ଭାରତ ଏକ୍ସପ୍ରେସ କେବଳ ଗୁରୁବାରକୁ ଛାଡ଼ି ସପ୍ତାହର ଅନ୍ୟ ସବୁ ଦିନ ଚାଲିବ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ । ଆଜି ପୁରୀ ଓ କଟକ ରେଲୱେ ଷ୍ଟେସନର ନବୀକରଣ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ।

ଆଜି ୮ହଜାର କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ ମୋଦି । ଆଜି ମୋଦି ଉଦଘାଟନ କରିବା ପୂର୍ବରୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିଳମ୍ବିତ ରାତିରେ ପୁରୀ ଷ୍ଟେସନରେ ପହଞ୍ଚି ନିରୀକ୍ଷଣ କରିଥିଲେ ।