ଝାରସୁୁଗୁଡା ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଜେଡି ପକ୍ଷରୁ ସ୍ୱର୍ଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ପ୍ରାର୍ଥୀ ହେବ ବୋଲି ଆଜି ଏକ ପ୍ରେସ ବିଜ୍ଞପ୍ତିରେ ଦଳ ପକ୍ଷରୁ କୁହାଯାଇଛି । ସୂଚନା ଥାଉ କି, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ଖାଲି ପଢିଥିଲା । ଏଠାରେ ଉପ ନିର୍ବାଚନ ମେ’ ୧୦ ତାରିଖ ହେବ । ଏ ନେଇ ମାର୍ଚ୍ଚ ୨୯ ତାରିଖରେ ଭାରତୀୟ ନିର୍ବାଚନ ଆୟୋଗ ଘୋଷଣା କରିଥିଲେ ।
ସେପଟେ ଝାରସୁଗୁଡ଼ା ରେ ଉପନିର୍ବାଚନ ଘୋଷଣା ହେବାର ୨ଦିନ ମଧ୍ୟରେ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି। ନିକଟରେ ରାଜ୍ୟରେ ହୋଇଥିବା ଧାମନଗର ଓ ପଦ୍ମପୁର ଉପନିର୍ବାଚନରେ ବିଜେଡି ସଭା ଶେଷରେ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଝାରସୁଗୁଡାରେ ଦଳ ସର୍ବପ୍ରଥମେ ପ୍ରାର୍ଥୀ ଘୋଷଣା କରିଛି। ଅନ୍ୟପଟେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହି ଉପନିର୍ବାଚନ ଅଧିକ ଗୁରୁତ୍ବ ରଖିଥିବାରୁ ବିରୋଧୀ ବିଜେପି ଓ କଂଗ୍ରେସରୁ କିଏ ପ୍ରାର୍ଥୀ ହେଉଛନ୍ତି ତାହା ଦେଖିବାକୁ ବାକି ରହିଲା।
ସୂଚନାଯୋଗ୍ୟ ଯେ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଆସନ ଖାଲି ପଢିଥିଲା । ଗତ ମାର୍ଚ୍ଚ ୨୯ ତାରିଖରେ ଭାରତୀୟ ନିର୍ବାଚନ ଆୟୋଗ ଏଠାରେ ଉପନିର୍ବାଚନ ଘୋଷଣା କରିଥିଲେ । ଏଠାରେ ବର୍ତ୍ତମାନ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ଉପ ନିର୍ବାଚନ ପାଇଁ ଏପ୍ରିଲ ୧୦ ତାରିଖରେ ଭୋଟ ଗ୍ରହଣ ହେବ।