ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ପକ୍ଷରୁ ଦେବାଶିଷ ସାମନ୍ତରାୟଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି। ନିକଟରେ ସେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଏବଂ ପରବର୍ତ୍ତୀ ସମୟରେ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ lଦେବାଶିଷଙ୍କ ବିଜେପିରେ ଯୋଗଦାନ ପରେ ତାଙ୍କୁ ଦଳ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଚାଲିଥିଲା। ଶେଷରେ ସେହି ଚର୍ଚ୍ଚାରେ ମୋହର ଲଗାଇ ଦଳ ତାଙ୍କ ନାମ ଘୋଷଣା କରିଛି।ରାଜ୍ୟସଭାର ଖାଲି ପଡ଼ିଥିବା ଆସନ ପାଇଁ ଆସନ୍ତା ଜୁନ୍ ୧୮ ତାରିଖରେ ଉପନିର୍ବାଚନ ହେବ।