ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ବିୟୋଗରେ ବିଜେପି ସଭାପତିଙ୍କ ଶୋକବ୍ୟକ୍ତ

ଭୁବନେଶ୍ୱର,ତା.୦୨/୦୯: ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି ।
ବରିଷ୍ଠ ରାଜନେତା ସ୍ୱର୍ଗତଃ ଶ୍ରୀ ପାତ୍ରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।