ଭୁବନେଶ୍ବର : ଆଜି ସ୍ଥାନୀୟ ସିଲିସୁଆଁ ଠାରେ ସାନ୍ତାଳୀ ଭାଷା ସାହିତ୍ୟର ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ପାଳନ ହୋଇଥିଲ।। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୀବନ କେବଳ ଜଣେ ବ୍ୟକ୍ତି ଭାବେ ନୁହେଁ, ସେ ଏକ ଆନ୍ଦୋଳନ, ଏକ ଚେତନା, ଏକ ଅନୁଷ୍ଠାନ ଓ ସଂସ୍କୃତିର ଅଭିଜ୍ଞାନ। ସେ ଜଣେ ଏମିତି ଯୁଗପୁରୁଷ ଥିଲେ, ଯିଏ ଅନ୍ଧାର ଭିତରେ ଆଲୋକର ଜାଗରଣ କରିଥିଲେ। ଏକ ଅବହେଳିତ ଓ ଅନ୍ତର୍ଭୁକ୍ତ ହୋଇନଥିବା ସମାଜକୁ ଶିକ୍ଷା, ଅସ୍ମିତା ଓ ଗର୍ବର ଅନୁଭୂତି ଦେଇଥିଲେ। ସେ ଥିଲେ ସାନ୍ତାଳୀ ଅସ୍ମିତାର ପ୍ରତୀକ। ବୋଲି ସାନ୍ତାଳୀ ଭାଷା ସାହିତ୍ୟର ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି। ଏହି ସମାରୋହରେ ସେ କହିଥିଲେ, ପଣ୍ଡିତ ରଘୁନାଥ ମୂର୍ମୁଙ୍କ ସୃଷ୍ଟି – ଅଲଚିକି ଲିପିର ପ୍ରସାର ଆମକୁ ଆମ ବର୍ତ୍ତମାନ ସହ ପରିଚୟ କରାଉଛି ଆଉ ଭବିଷ୍ୟତ ପାଇଁ ବିଚାର କରିବାକୁ ପ୍ରେରଣା ଦେଉଛି ।