କନ୍ଧମାଳ ଜିଲ୍ଲା ଫୁଲବାଣୀ ରେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ (ବିଏସକେଓ୍ବାଇ) ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ।

କନ୍ଧମାଳ ଜିଲ୍ଲାର ସ୍ଥିତ ଫୁଲବାଣୀ ଷ୍ଟାଡିୟମରେ ହେଲିକାପ୍ଟର ଯୋଗେ ପହଞ୍ଚି ହିତାଧିକାରୀଙ୍କୁ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ’କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକ୍ ଓ ୩ଟି ପୌରାଞ୍ଚଳରେ ୧ ଲକ୍ଷ ୬୫ ହଜାର ୯୭ ଜଣ ହିତାଧିକାରୀ ସ୍ମାର୍ଟ ସ୍ବାସ୍ଥ୍ୟସେବା ପାଇବେ । ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣରେ କହିଛନ୍ତି ଯେ, ‘କନ୍ଧମାଳ ହଳଦୀ ସାରା ବିଶ୍ୱରରେ ବ୍ରାଣ୍ଡ ପାଇପାରିଛି । ଇକୋ ଟୁରିଜିମ ପାଇଁ କନ୍ଧମାଳ ଆକର୍ଷଣର କେନ୍ଦ୍ର ହୋଇଛି । ଭିତ୍ତିଭୂମି ବିକାଶ ଉପରେ ସରକାର ସ୍ୱତନ୍ତ୍ର ଫୋକସ ରଖିଛନ୍ତି ।

ଏହାସହ ମୁଖ୍ୟମନ୍ତ୍ରୀ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଫୁଲବାଣୀ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ ।

Comments (0)
Add Comment