ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସରକାର ପାଳିବେ ବାଜି ରାଉତ ଜୟନ୍ତୀ

ଭୁବନେଶ୍ୱର: ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । ସହିଦ ବାଜି ରାଉତଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ଦିନରେ ସରକାରୀସ୍ତରରେ ବାଜି ରାଉତ ଜୟନ୍ତୀ ପାଳନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସରକାରୀସ୍ତରରେ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ ପାଳନ ହେବ । ଓଡ଼ିଶାର ସର୍ବକନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯିବ । ତାଙ୍କ ତ୍ୟାଗ, ବଳିଦାନ ଓ ସଂଘର୍ଷକୁ ସମ୍ମାନ ଜଣାଇବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଘୋଷଣା କରିଛନ୍ତି ।