ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର: ତିନି ରାଜ୍ୟରେ ବିଜେପିର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟେଲିଫୋନ ଯୋଗେ କଥା ହୋଇ ବିଜୟର ଅଭିନନ୍ଦନ ଜଣାଇଛନ୍ତି ।

ସୂଚନା ଥାଉକି, ନିକଟରେ ହୋଇଥିବା ବିଧାନସଭା ନିର୍ବାଚନରେ ଛତିଶଗଡ଼ ଓ ରାଜସ୍ଥାନରେ କଂଗ୍ରେସ ହାତରୁ ବିଜେପି ସରକାର ଛଡ଼ାଇ ନେଇଛି । ଏହା ସହ ମଧ୍ୟପ୍ରଦେଶରେ ବିଜେପି ପୁଣି ଥରେ ସରକାର ଗଠନ କରିବାକୁ ବହୁମତ ହାସଲ କରିଛି । ବିଜେପି ଏହି ବିଜୟର ଶ୍ରେୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଦେଇଛି ।

ମୋଦୀଙ୍କ ଲୋକପ୍ରିୟତା ପାଇଁ ଏହା ସମ୍ଭବ ହୋଇପାରିଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି ।