ଭୁବନେଶ୍ବର: ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟା ର ଗତି ଜଟିଳ। ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ଆଗୁଆ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।
ଫନି ବାତ୍ୟାର ଅବତାରଣା କରି ପ୍ରସ୍ତୁତି ପାଇଁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ। ତେଣୁ କୌଣସି ବିଳମ୍ବ ନ କରି ଆଗୁଆ ପ୍ରସ୍ତୁତ ରହିବା ସହ ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମକୁ ତ୍ୱରାନ୍ଵିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହ ଏସଆରସିଙ୍କୁ ସମସ୍ତ ବିଭାଗ ସହିତ ସମନ୍ଵୟ ରଖି କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍ ପ୍ରସ୍ତୁତ କରାଯାଇଛି ବୋଲି କହିଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି। ୧୭ଟି NDRF ଓ ୨୦ଟି ODRAF ଟିମ୍କୁ ପ୍ରସ୍ତୁତ ରଖାଯାଇଛି ବୋଲି ଏସଆର୍ସି କହିଛନ୍ତି।