ଭୁବନେଶ୍ବର : ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ । ବାରବାଟୀ ଦିନିକିଆ ପାଇଁ ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯିବ। ଆଜି କମିଶନରେଟ ପୋଲିସ କାର୍ଯ୍ୟାଳୟରେ ଏକ ବୈଠକରେ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକରେ ଆଲୋଚନା କରାଯାଇଛି। ଏଥିରେ ଖେଳାଳିଙ୍କ ସୁରକ୍ଷା, ଟ୍ରାଫିକ ପରିଚାଳନା ନେଇ ଆଲୋଚନା ଚାଲିଛି । ଭୁବନେଶ୍ୱର ଡିସିପି, ଟ୍ରାଫିକ ଡିସିପି ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଏଥିରେ ଉପସ୍ଥିତ ଥିଲେ । କଟକ ବାରବାଟୀ ଷ୍ଟାଡିୟମରେ ଫେବ୍ରୁଆରି ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି । ଦିନିକିଆ କ୍ରିକେଟ୍ ପୂର୍ବରୁ ଆଜି କମିଶନରେଟ ପୋଲିସ କାର୍ଯ୍ୟାଳୟରେ ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଚାଲିଛି । ଏଥିରେ ଭୁବନେଶ୍ୱର ଡିସିପି, ଟ୍ରାଫିକ ଡିସିପି ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ବୈଠକରେ ଖେଳାଳିଙ୍କ ସୁରକ୍ଷା, ଟ୍ରାଫିକ ପରିଚାଳନା ନେଇ ଆଲୋଚନା ହେବ । ସେହିପରି ଉଭୟ ଦଳର ଖେଳାଳି ଭୁବନେଶ୍ୱର ମେ ଫେୟର ହୋଟେଲରେ ରହିବାର ବ୍ୟବସ୍ଥା ହୋଇଛି ।