ଭୁବନେଶ୍ୱର: ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଅଭିଯୁକ୍ତ ମନୋଜ ପାଢ଼ୀଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି। କଟକ ଏସସି/ ଏସଟି କୋର୍ଟ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଏସ୍ସିଇଆର୍ଟି (SCERT)ର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ କ୍ରାଇମ୍ବ୍ରାଞ୍ଚ ଦୀର୍ଘ ସମୟ ଜେରା କରିବା ପରେ ଗିରଫ କରିଥିଲା। ପୁସ୍ତକଗୁଡ଼ିକର ତଥ୍ୟଗତ, ବୈଜ୍ଞାନିକ, ଭୌଗୋଳିକ ଓ ଚିତ୍ର ସମ୍ପର୍କିତ ତ୍ରୁଟିଗୁଡ଼ିକୁ ସଠିକ୍ ଭାବେ ଯାଞ୍ଚ ନ କରି ଜାଣିଶୁଣି ପ୍ରିଣ୍ଟିଂ ପାଇଁ ଅନୁମୋଦନ ଦେଇଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୂର୍ବରୁ ସରକାର ମନୋଜଙ୍କ ସମେତ ୩ ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରିବା ସହ ଅନ୍ୟ ୬ ଜଣଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ।