ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଶୂନ ରୁ ୧୮ ବର୍ଷ ମଧ୍ୟରେ ୧୬, ସଙ୍ଗରୋଧରୁ ୬୨ ଓ ସ୍ଥାନୀୟ ସଂକ୍ରମଣ ୪୬। ଆଜିର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୧୧୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୯୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୭୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୬୪୦୭୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।