ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ, ଆଜି ୭୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ୦୨-୦୮(ପି.ଏନ.ଏ):କମୁଛି କରୋନା ସଂକ୍ରମଣ I ସପ୍ତାହେ ଧରି ରାଜ୍ୟରେ କରୋନା ସଂକ୍ରମଣ ହଜାରେ ଉପରେ ରହିବା ପରେ ବର୍ତ୍ତମାନ ଦୁଇ ଦିନ ଧରି କମିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି । ଆଜି ର ସଂକ୍ରମିତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୪୬୮୩କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୬୬୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୮୮୭୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୮୧୦୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।