ଦିଘା ଜଗନ୍ନାଥ ମନ୍ଦିରରୁ ଧାମ ଶବ୍ଦ ହଟେଇବା ପାଇଁ ଦୃଢ଼ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପୁରୀ ଟାଉନ ହଲ ଠାରେ ଗତ କାଲି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଭବ୍ୟ ଗଣସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ‘ଶ୍ରୀ ଜଗନ୍ନାଥ ଭକ୍ତ ସେବା ସଂସ୍ଥାନ’ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂଜ୍ୟ ସାଧୁ-ସନ୍ଥ, ଶ୍ରୀମନ୍ଦିରର ସେବାୟତ ମଣ୍ଡଳୀ ଏବଂ ହଜାର ହଜାର ଜଗନ୍ନାଥପ୍ରେମୀ ଭକ୍ତଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କୁ ସାଦର ସମ୍ବର୍ଦ୍ଧିତ କରିଥିଲେ । ପଶ୍ଚିମବଙ୍ଗର ଦିଘା ଜଗନ୍ନାଥ ମନ୍ଦିର ନାମରୁ “ଧାମ” ଶବ୍ଦ ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ କରିଥିବା ସଫଳ ଓ ଐତିହାସିକ ହସ୍ତକ୍ଷେପ ପାଇଁ ସଂସ୍ଥାନ ପକ୍ଷରୁ ତାଙ୍କୁ ଗଭୀର କୃତଜ୍ଞତା ପ୍ରକାଶ କରାଯାଇ ଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରି କହିଥିଲେ ଯେ, ସନାତନ ସଂସ୍କୃତି ଓ ଶାସ୍ତ୍ରୀୟ ବିଧିବିଧାନ ଅନୁଯାୟୀ ସମଗ୍ର ବିଶ୍ଵରେ କେବଳ ‘ପୁରୀ’ ହିଁ ଏକମାତ୍ର ଶ୍ରୀଜଗନ୍ନାଥ ଧାମ।