ତଳମୁହାଁ କରୋନା ସଂକ୍ରମଣ, ଦିନକରେ ୫୭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କ୍ରମାଗତ ଭାବେ କରୋନା ଗ୍ରାଫ୍‌ ତଳମୁହାଁ ହୋଇ ରହିଛି। ବିଗତ ୨୪ ଘଣ୍ଟାରେ ୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Downward corona infection