୬ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ଭୁବନେଶ୍ୱରରେ ପହଁଚିଲେ କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ୬ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଟୁଡୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ଆଦିବାସୀ ସମ୍ପ୍ରଦାୟର ନୃତ୍ୟ ବାଦ୍ୟ ସହ ଟୁଡୁଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ମନ୍ତ୍ରୀ ପଦ ଦାୟୀତ୍ୱ ନେବା ପରେ ପ୍ରଥମ ଥର ପାଇଁ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ I ବିମାନବନ୍ଦରେ ପହଂଚି କେନ୍ଦ୍ରମନ୍ତ୍ରୀ ଟୁଡୁ ଏକ ବିରାଟ ବାଇକ ଶୋଭାଯାତ୍ରାରେ ଯିବା ସହ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । ପରେ ସିଧାସଳଖ ପୁରୀ ଗସ୍ତ କରିଛନ୍ତି । ସେଠି ପ୍ରଥମେ ଜଗତଗୁରୁ ଶଙ୍କରାଚାର୍ୟ୍ୟଙ୍କୁ ଭେଟିବା ସହ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିବେ । ପରେ ରାଜ୍ୟ ବିଜପି କାର୍ୟ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ରହିଛି । ପରେ ମୟୂରଭଞ୍ଜ ଗସ୍ତ କରି ସେଠି ଜନଆଶୀର୍ବାଦ ଯାତ୍ରାରେ ସାମିଲ ହେବେ ।ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ପ୍ରସାରିତ ନୂତନ ମନ୍ତ୍ରୀ ମଣ୍ଡଳରେ ଓଡିଶାରୁ ୩ ମନ୍ତ୍ରୀ ପଦ ପାଇଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା ମଧ୍ୟରେ ଓଡିଶା ଗସ୍ତ କରିସାରିଛନ୍ତି । ଅଶ୍ୱିନୀ ବୈଷ୍ଣବ ନୂତନ ମନ୍ତ୍ରୀ ଭାବେ ଜନ ଆଶୀର୍ବାଦ ଯାତ୍ରା କରିସାରିଥିବା ବେଳେ ଏବେ କେନ୍ଦ୍ରମନ୍ତ୍ରୀ ଟୁଡୁ ମୟୁରଭଞ୍ଜ ଜିଲ୍ଲାରେ ଜନ ଆଶୀର୍ବାଦ ଯାତ୍ରା କରିବେ । ଅସୁସ୍ଥତା କାରଣରୁ ସେ ଓଡିଶା ଆସି ପାରିନଥିଲେ । ଆରୋଗ୍ୟ ଲାଭ କରି ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଓଡିଶା ଆସିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଭୂବନେଶ୍ୱର ପହଂଚିବା ପରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରି ସିଧାସଳଖ ପୁରୀ ଗସ୍ତ କରିଛନ୍ତି । ପୁରୀରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବେ । ଏହା ପରେ ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ ।କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ୭ ତାରିଖ ଦିନ ଭୁବନେଶ୍ୱରରୁ ବାହାରି ବାଲେଶ୍ୱର ଦେଇ ବାରିପଦା ଗସ୍ତ କରି ରାତ୍ରଯାପନ କରିବେ । ଆସନ୍ତା ୮, ୯, ୧୦ ଓ ୧୧ ତରିଖ ଦିନ ମୟୁରଭଂଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସଂପର୍କରେ ସାଧାରଣ ଲୋକଙ୍କୁ ଅବଗତ କରାଇବେ ।

Comments (0)
Add Comment