ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ଇଦ୍-ଉଲ୍-ଜୁହା (ବକ୍ରିଦ୍) ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ପୂର୍ବରୁ ଥିବା ଛୁଟି ସୂଚୀରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଆଂଶିକ ସଂଶୋଧନ କରାଯାଇ ଏହି ନୂତନ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ୨୮ ତାରିଖରେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ସମେତ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ ଅଦାଲତ) ବନ୍ଦ ରହିବ। ଅପରପକ୍ଷେ, ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ୨୭ ତାରିଖରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ କୋର୍ଟ ଯଥାରୀତି ଖୋଲା ରହିବ ବୋଲି ସ୍ପଷ୍ଟ କରାଯାଇଛି।