ଖସୁଛି ସଂକ୍ରମଣ : ରାଜ୍ୟରୁ ଆଉ ୬୮ କୋଭିଡ୍ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ମାର୍ଚ୍ଚ ପ୍ରଥମ ସପ୍ତାହ ରୁ ଦୈନିକ କରୋନା ସଂକ୍ରମଣ କ୍ରମଶଃ ହ୍ରାସ ପାଇ ସ୍ଥିତି ଆୟତ୍ତରେ ରହିଛି I ସେହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୧ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୬୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୬୭୫ ରହିଥିବା ବେଳେ ୮୫୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୯୪ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୬୭୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୯୧୯୩୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।