ଖସୁଛି ସଂକ୍ରମଣ ବଢୁଛି ମୃତ୍ୟୁ ସଂଖ୍ୟା :ରାଜ୍ୟରୁ ୧୫୦୩ ସଂକ୍ରମିତ ଚିହ୍ନଟ , ୨୧ ମୃତ

ରାଜ୍ୟ ରେ ବର୍ତ୍ତମାନ କରୋନା ସଂକ୍ରମଣ କମି କମି ଚାଲିଥିବାବେଳେ ମୃତ୍ୟୁ ସଂଖ୍ୟା ରେ କିନ୍ତୁ ବ୍ରେକ ଲାଗି ପାରୁ ନାହିଁ I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୫୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ,୨୧ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ମାନେ କଟକ, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ଖୋର୍ଦ୍ଧା, ଜଗତସିଂହପୁର, ଢ଼େଙ୍କାନାଳ, ଗଞ୍ଜାମ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର, କେନ୍ଦ୍ରାପଡ଼ା, ପୁରୀ ଓ ନୂଆପଡ଼ାରୁ ମଧ୍ୟ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି । ତେବେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ ହଜାର ୭୭୫କୁ ବୃଦ୍ଧି ପାଇଛି । ତେବେ ମୃତକଙ୍କ ମଧ୍ୟରେ ସର୍ବାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ହୋଇଛି I ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସେହିଭଳି ସଂକ୍ରମିତ ମାନଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨୯ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୩ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୮୩ଜଣ, ଦେଓଗଡ଼ ଜିଲ୍ଲାରୁ ୨୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୩୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୫୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୨୫ଜଣ, ପୁରୀ ଜିଲ୍ଲାରୁ ୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୩୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ ପୁଲ୍‌ରୁ ୬୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୯୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୩୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୧୫୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୧୦୦୭୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments (0)
Add Comment