ପୁଣି ୫ ଦୁର୍ନୀତିଖୋର ସରକାରୀ ବାବୁଙ୍କୁ ବାଧ୍ୟତାମୂଳକ ଅବସର

ଆକ୍ସନ ମୁଡ଼ ରେ ରାଜ୍ୟ ସରକାର I ପୁଣି ୫ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁ ଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏମାନଙ୍କ ମଧ୍ୟରେ ଅଛନ୍ତି ଜଣେ ଡିଏସପି, ଜଣେ ଓଏଏସ ଓ ଜଣେ ଇନ୍ସପେକ୍ଟରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ୨ ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ୍ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ବାଧ୍ୟତାମୂଳକ ଅବସର ପାଇଥିବା ୫ ଜଣଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ (IUCAW) ଡିଏସପି ଭାବରେ ନିଯୁକ୍ତ ଓଡିଶା ପୋଲିସ ସେବା ଅଧିକାରୀ ରବୀନ୍ଦ୍ର କୁମାର ସେଠୀଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି I ସେହିପରି ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନ୍‌ସପେକ୍ଟର ବିନୋଦ ବିହାରୀ ନାୟକଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ବଙ୍ଗମୁଣ୍ଡାରୁ କୁଚିଣ୍ଡାକୁ ଏକ ମାରୁତି ସିଆଜ୍‌ କାର୍‌ରେ ଯାଉଥିବା ବେଳେ ବରଗଡ ଟୋଲଗେଟ୍‌ ନିକଟରେ ଦୁର୍ନୀତି ନିବାରଣ ବିଭାଗର ଏକ ଟିମ୍‌ ଦ୍ବାରା ଧରା ପଡିଥିଲେ। ତାଙ୍କ ଠାରୁ ୨ ଲକ୍ଷ ୬ ହଜାର ୨୨୦ ଟଙ୍କା ଜବତ କରାଯାଇଥିଲା। ବଙ୍ଗମୁଣ୍ଡା ସ୍ଥିତ ତାଙ୍କ ସରକାରୀ ବାସଭବନରେ ତଲାସୀ ସମୟରେ ୩,୮୦,୯୨୦ ଟଙ୍କା ଜବତ କରାଯାଇଥିଲା । ସମୁଦାୟ ତାଙ୍କ ଠାରୁ ୫,୮୭,୧୪୦ ଟଙ୍କା ଜବତ କରାଯାଇଥିଲା। ବଣାଇର ପୂର୍ବତନ ତହସିଲଦାର ଓଏଏସ ଅଧିକାରୀ ସୁଶିଲ କୁମାର କୁଜୁରଙ୍କୁ ଅବସର ଦିଆଯାଇଛି ।ବାସୁଦେବପୁର ପୌର ନିର୍ବାହୀ ଅଧିକାରୀ ତାପସ ଜେନାଙ୍କୁ ଅବସର ଦିଆଯାଇଛି । ସେହିପରି ମୟୁରଭଞ୍ଜ କରଞ୍ଜିଆ ଏନଏସି ର ପୂର୍ବତନ ନିର୍ବାହୀ ଅଧିକାରୀ ବିଜୟ ନାୟକଙ୍କୁ ଦୁର୍ନୀତି ତଥା ଅନୈତିକ ସମ୍ପର୍କ ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।ଏହାକୁ ମିଶାଇ ସରକାର ବର୍ତ୍ତମାନ ସୁଦ୍ଧା ୧୫୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।