ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ହେମାନନ୍ଦ ବିଶ୍ୱାଳଙ୍କୁ ୮୨ ବର୍ଷ ହୋଇଥିଲା। ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ନେଇ ତାଙ୍କ ଝିଅ ସୁନୀତା ସୂଚନା ଦେଇଛନ୍ତି।
ଶ୍ରୀ ବିଶ୍ୱାଳ ଝାରସୁଗୁଡା ନିଜ ଘର ନିକଟରେ ପ୍ରାତଃ ଭ୍ରମଣ କରୁଥିବା ସମୟରେ ପଡିଯାଇ ଅସୁସ୍ଥ ହୋଇ ପଡ଼ିଥିଲେ I ଏହାପରେ କିଛି ଦିନ ହସ୍ପିଟାଲ ରେ ଚିକିତ୍ସା ହୋଇ ଘରକୁ ଫେରି ପୁନର୍ବାର ଅସୁସ୍ଥ ହୋଇ ପଡ଼ିଥିଲେ I ଏହାପରେ ତାଙ୍କୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ରେ ଭର୍ତି କରାଯାଇଥିଲା I ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା I ସେ ଦୁଇ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ସେ ୧୯୮୯ରୁ ୯୦ ଓ ୧୯୯୯ରୁ ୨୦୦୦ ଯାଏଁ ମୁଖ୍ୟମନ୍ତ୍ରୀ ଥିଲେ। ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳ ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ମୃତ୍ୟୁ ଖବର ପାଇବା ପରେ ବିଭିନ୍ନ ରାଜନୀତିକ ଦଳର ନେତାମାନେ ଦୁଃଖ ପ୍ରକାଶ କରିଛନ୍ତି।