ଦଶହରାରେ ଚାଞ୍ଚଲ୍ୟ, ପୂର୍ବତନ ମନ୍ତ୍ରୀଙ୍କୁ ଗୁଳି କରି ହତ୍ୟା, ଦୁଇ ଗିରଫ

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କ ମୁମ୍ବାଇର ବାନ୍ଦ୍ରାଠାରେ ଗୁଳି କରି ହତ୍ୟା କରାଯାଇଛି। ସୂତ୍ରରୁ ପ୍ରକାଶ ଯେ ବାନ୍ଦ୍ରା ପୂର୍ବାଞ୍ଚଳର ବିଧାୟକ ଥିବା ତାଙ୍କ ପୁଅ ଜିଶାନଙ୍କ କାର୍ଯ୍ୟାଳୟରେ ଶନିବାର ରାତି ପ୍ରାୟ ୯.୩୦ ସମୟରେ ଶ୍ରୀ ସିଦ୍ଦିକଙ୍କ ଉପରେ ତିନୋଟି ଗୁଳି ମରାଯାଇଥିଲା। ତେବେ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଶ୍ରୀ ସିଦ୍ଦିକଙ୍କୁ ତୁରନ୍ତ ଲିଲାବତୀ ଡାକ୍ତରଖାନାକୁ ନିଆଯାଇଥିଲା ଏବଂ ସୂତ୍ରରୁ ପ୍ରକାଶ ଯେ ଗୋଟିଏ ଗୁଳି ତାଙ୍କ ଛାତିରେ ବାଜିଛି। ବାନ୍ଦ୍ରାରୁ ତିନିଥର ବିଧାୟକ ଥିବା ଶ୍ରୀ ସିଦ୍ଦିକ ୪୮ ବର୍ଷ ଧରି କଂଗ୍ରେସ ସହ ଜଡିତ ଥିଲେ ଏବଂ ଫେବୃଆରୀରେ ଦଳ ଛାଡି ଅଜିତ ପାୱାରଙ୍କ ଏନସିପିରେ ଯୋଗ ଦେଇଥିଲେ। ଅଗଷ୍ଟରେ ଜିଶାନ ସିଦ୍ଦିକଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଥିଲା।