ଆଜି ରାତି ୮ଟା ରୁ ସ୍ଥଳଭାଗ ଛୁଇଁବ ‘ଗୁଲାବ’:ପ୍ରଭାବ ରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ

ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଗୁଲାବ’ ଆଜି ରାତି ୮ଟା ରୁ ରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରିବ I ମଧ୍ୟ ରାତ୍ରି ସୁଦ୍ଧା ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍‌ ମଧ୍ୟରେ ସ୍ଥଳଭାଗ ଛୁଇଁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇପାରେ । ଏହା ଦ୍ୱାରା ଦକ୍ଷିଣ ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଜି ଭୋର ସାଢ଼େ ୫ଟା ସୁଦ୍ଧା ବାତ୍ୟା ‘ଗୁଲାବ’ ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୨୭୦ କିଲୋମିଟର ଦୂରରେ ରହିଛି। ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ଥିବା ବେଳେ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ପଶ୍ଚିମ ଆଡ଼କୁ ଗତି କରୁଛି।
ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। କିଛି ଅଞ୍ଚଳରେ ଝିପିଝିପି ବର୍ଷା ହେଉଛି। ଭୂସ୍ଖଳନ ଓ ଫ୍ଲାସ ଫ୍ଲଡ୍ ଆଶଙ୍କାରେ ୫ ଶହ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୭୫ରୁ ୮୫ କିଲୋମିଟର ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷାନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନାଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି। ସେହିଭଳି ୧୦ଟି ଜିଲ୍ଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାତ୍ୟା ଗୁଲାବକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାନେଇ ଓ୍ବେଲୋ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୦ ଜିଲ୍ଲା ହେଉଛି- ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, କଟକ, ବୈାଦ୍ଧ, ସୋନପୁର, ନୂଆପଡା, ବଲାଙ୍ଗିର ।

ବାତ୍ୟା ‘ଗୁଲାବ’ ଯୋଗୁଁ ଆସନ୍ତାକାଲି ପ୍ରଭାବିତ ହୋଇଥିବା ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ । ଦିଲ୍ଲୀରେ ଥାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆଲୋଚନା କରି ଧନ ଜୀବନ ସୁରକ୍ଷା ପାଇଁ ଗୁରୁତ୍ୱ ଦେଇଛନ୍ତି I

Comments (0)
Add Comment