‘ହର ଘର ତ୍ରିରଙ୍ଗା’: ଅଗଷ୍ଟ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିବାକୁ ନିବେଦନ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଅଧୀନରେ ଅଗଷ୍ଟ ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉତ୍ତୋଳନ କରିhttps://harghartiranga.com ୱେବସାଇଟରେ ନିଜର ସେଲ୍ଫି ଅପଲୋଡ୍ କରିବାକୁ ଦେଶବାସୀଙ୍କୁ ନିବେଦନ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ କହିଛନ୍ତି ଯେ, “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ #HarGharTiranga ଅଭିଯାନ ଗତ ଦୁଇ ବର୍ଷ ମଧ୍ୟରେ ଏକ ଜାତୀୟ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ଦେଶର କୋଣ ଅନୁକୋଣରେ ପ୍ରତ୍ୟେକ ଭାରତୀୟଙ୍କ ଏକତାକୁ ଜାଗ୍ରତ କରିଛି। ମୁଁ ସମସ୍ତ ନାଗରିକଙ୍କୁ ନିବେଦନ କରୁଛି ଯେ, ଏହି ଆନ୍ଦୋଳନକୁ ଆହୁରି ଶକ୍ତିଶାଳୀ କରନ୍ତୁ ଏବଂ ପୁଣି ସେହି ଉତ୍ସାହର ସହ ଏଥିରେ ଅଂଶଗ୍ରହଣ କରନ୍ତୁ। ଆମର ଗର୍ବ, ଆମ ତ୍ରିରଙ୍ଗା, ତୁମ ଘରେ ତ୍ରିରଙ୍ଗା ସହିତ ଏକ ସେଲ୍ଫି ନିଅ, ଏବଂ ଏହାକୁ ହର ଘର ତ୍ରିରଙ୍ଗା ୱେବସାଇଟ https://harghartiranga.com ରେ ଅପଲୋଡ୍ କର।”