ଆସନ୍ତା୧୪ ଯାଏଁ ଜାରି ରହିବ ତାତି-ଗୁଳୁଗୁଳି

ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ପଶ୍ଚିମ ଓଡ଼ିଶା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସାଢେ ୧୧ଟା ସୁଦ୍ଧା ଝାରସୁଗୁଡା ହେଉଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ ତାପମାତ୍ରା ୩୯.୬ ଡିଗ୍ରି ସେଲସିୟସ୍ ରେକର୍ଡ ହୋଇଛି। ଏଣେ ,ହୀରାକୁଦରେ ୩୯.୪, ସମ୍ବଲପୁରରେ ୩୯., ବାଲେଶ୍ବରରେ ୩୮ , ପୁରୀରେ ୩୫, ରାଉରକେଲା ୩୭, ଭୁବନେଶ୍ବରରେ ୩୭.୬ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ହିଟ୍ ୱେଭ୍ ପରିସ୍ଥିତି ଅନୁଭୂତ ହେବ। ଆସନ୍ତା ୧୪ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ। ୧୫ ତାରିଖଠାରୁ ତାପମାତ୍ରା ହ୍ରାସ ପାଇବା ସହ କାଳବୈଶାଖୀର ପ୍ରଭାବ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।