୧୯ ଜିଲ୍ଲାରେ ପ୍ରବଳ ବର୍ଷା

୧୯ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ଘଣ୍ଟା ଅର୍ଥାତ୍ ପଣା ସଂକ୍ରାନ୍ତିରେ ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷିବାର ସମ୍ଭାବନା ରହିଛି । ଝଟକା ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ପୂର୍ବାନୁମାନ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ଓ ଘଡ଼ଘଡ଼ି ସୂଚନା ରହିଛି । ସେହିପରି ୧୫ରେ କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୋଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନଳ, ଦେବଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ବେଗ ୪୦ରୁ ୫୦ କିମି ରହିବ ।୧୬ରେ ମାଲକାନଗିରି, କୋରାପୁଟ, କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନାୟଗଡ଼, ବୌଦ୍ଧ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ୧୭ରେ ବର୍ଷା କମିଲେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନର ବେଗ ୪୦ରୁ ୫୦ କିମି ବେଗରେ ବହିବ । ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକରିଛି ପାଣିପାଗ ବିଭାଗ । ୧୮ରେ ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜରେ ୫୮.୬ ମିମି ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।