ଆସନ୍ତା କାଲିଠାରୁ ପୁଣି ବର୍ଷI I ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ସହ ଆସନ୍ତା କାଲିଠାରୁ ରଜ୍ୟରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ୨୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ।