ଭୁବନେଶ୍ୱର: ରାଜ୍ୟର ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଲା ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଅଗ୍ରୀମ ଟଙ୍କା ପ୍ରଦାନ କରାଯିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଡିଇଓଙ୍କୁ ଚିଠି କରାଯାଇଛି । ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ଅଗ୍ରୀମ ଟଙ୍କା ମିଳିବ । ଏସବୁ ପାଇଁ ଆବେଦନକାରୀଙ୍କୁ ତଥ୍ୟ ପ୍ରଦାନ କରିବାକୁ କୁହାଯାଇଛି । ନୂଆ ଜମି କ୍ରୟ ପାଇଁ ଆବେଦନ କରିଥିବା ଶିକ୍ଷକ ତଥ୍ୟ ଦେବେ । ଜମିର ମୂଲ୍ୟ ଓ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ । ବୋଲି ଜଣାଯାଇଛି ।