PMGKAY ୮ ମାସ ବଢ଼ାଇବାକୁ କେନ୍ଦ୍ର କୁ ଚିଠି ଲେଖି ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର ଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ( (PMGKAY) ଜରିଆରେ ୭ ମାସ ମାଗଣା ରାସନ ଦିଆଯାଉଥିଲା I ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(PMGKAY)କୁ ଆହୁରି ୮ ମାସ ଏହାକୁ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ , ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନରେ ମୁଣ୍ଡପିଛା ମାସକୁ ୫ କିଲୋ ଚାଉଳ ଓ କାର୍ଡ ପିଛା ୧ କିଲୋ ଡାଲି ମାଗଣାରେ ଯୋଗାଇ ଦିଆଯାଉଛି। ଏବେ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୮୦.୨୬ ଲକ୍ଷ ପରିବାରର ୨.୮୬ କୋଟି ଲୋକ, ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ୧୨.୫୯ ପରିବାରର ୩୮.୬୪ ଲକ୍ଷ ଲୋକ ଓ ରାଜ୍ୟ ଖାଦ୍ୟ ଯୋଜନାରେ ୧.୧୬ ଲକ୍ଷ ପରିବାରର ୩.୭୮ ଲକ୍ଷ ଲୋକଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦିଆଯାଉଛି।

Comments (0)
Add Comment