୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୫ କରୋନା ସଂକ୍ରମିତ ଚିହ୍ନଟ :୭ ମୃତ

ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତ ଙ୍କ ମୃତ୍ୟୁ ହୋଇଛି ଇ ମୃତକ ମାନେ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, କଟକ, କନ୍ଧମାଳ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି I ଆଜିର ମୃତକ ମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି I ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୬ଜଣ ରହିଛନ୍ତି ।ସେହିଭଳି ୧୮ ବର୍ଷରୁ କମ୍ ବୟସର ୩୭ ଜଣ ସଂକ୍ରମିତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୦୧୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୫୦୧୪୮୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।