ରାଜ୍ୟ ରେ ୨୦୬ ସଂକ୍ରମିତ ଚିହ୍ନଟ ୨ ମୃତ

ରାଜ୍ୟରେ ଆଜି ୨୦୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨ ଜଣ ଙ୍କ ମୃତ୍ୟୁ ଘଟିଛି Iଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୮୧କୁ ବୃଦ୍ଧି ପାଇଛି । ମୃତକ ମାନେ ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ସଂକ୍ରମିତ ଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୧ ଓ ସ୍ଥାନୀୟ ଅଞ୍ଚଳରୁ ୮୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୮୬୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୭୫୯ ରହିଥିବା ବେଳେ ୨ ହଜାର ୬୬୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments (0)
Add Comment