ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା

ଭୁବନେଶ୍ବର: ସରକାର ବଦଳିଛି ୨୪ ବର୍ଷରେ । ଭୋଟର ବିଜେଡିର ବହୁ ପ୍ରାର୍ଥୀଙ୍କୁ ପ୍ରତ୍ୟାକ୍ଷାନ କରି ବିଜେପି ପ୍ରାର୍ଥୀଙ୍କୁ ବିଜୟୀ କରାଇଛନ୍ତି । ବିଜେପି ବିଧାୟକ ଓ ସାଂସଦଙ୍କ ମଧ୍ୟରେ ବହୁ ନବାଗତ ମଧ୍ୟ ଅଛନ୍ତି । ଯେଉଁମାନେ ଚଳିତ ନିର୍ବାଚନରେ ବାଜିମାତ କରିଛନ୍ତି । ତେବେ ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ଏନେଇ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ବି ଉପସ୍ଥିତ ରହିବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଏହି କାର୍ୟ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ। ଏହି କାର୍ୟ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ୱମାନେ ମଧ୍ୟ ଉପସ୍ଥିତ ରହିବା ନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି।