ମହଙ୍ଗା ପଡିଲା ଚିଲିକା ବିଧାୟକଙ୍କ ଦବଙ୍ଗ ଗିରି : ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ

ବିଜେପି ନେତାଙ୍କୁ ମାଡ଼ ମାରିବା ଘଟଣାରେ ଦୀର୍ଘ ୧ ମାସ ଧରି ଫେରାର ଥିବା ବିଜେଡି ବିଧାୟକ ଆଜି ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିଛନ୍ତି I ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଙ୍କ ନାଁ ରେ ଲାଗିଛି ସଙ୍ଗୀନ ଦଫା । ଏସସି/ଏସଟି ଆଇନ ସହିତ ବିଭିନ୍ନ ଅପରାଧିକ ଦଫା ଲାଗିଥିବା ଜଣାପଡିଛି । ଏହି ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଗୁଆ ଜାମିନ ଦେଲେନି ଓଡ଼ିଶା ହାଇକୋର୍ଟ। ତେବେ ବାଲୁଗାଁରେ ବିଜେପି ନେତାଙ୍କୁ ମାଡ଼ ମାରିବା ଦୃଶ୍ୟ ଭାଇରାଲ ହେବା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଥିଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟ ପାଇଁ ପ୍ରଶାନ୍ତଙ୍କୁ ବିଜେଡ଼ିରୁ ନିଲମ୍ବିତ କରାଯିବା ସହ ଜିଲ୍ଲା ଯୋଜନା ବୋର୍ଡରୁ ମଧ୍ୟ ନିଲମ୍ବିତ କରାଯାଇଥିଲା I

ତେବେ ପ୍ରଶାନ୍ତଙ୍କୁ ନିମ୍ନ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ସେ ଯଦି ଆବେଦନ କରନ୍ତି, ସେହିଦିନ ନିଷ୍ପତ୍ତି ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଶାନ୍ତଙ୍କ ନାଁରେ ବିଜେପି ବ୍ଲକ ସଭାପତିଙ୍କୁ ଆକ୍ରମଣ ମାମଲା ରହିଛି। ଏନ୍ଏସି ଅଫିସ୍ ସାମ୍ନାରେ ବାଲୁଗାଁ ବିଜେପି ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଗୋଡାଇ ଗୋଡ଼ାଇ ଗୋଇଠା ମାରିବା ଭଳି ଭଳି ସଙ୍ଗୀନ ଅଭିଯୋଗ ରହିଛି I ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୁଲିସ ତାଙ୍କ ବିରୋଧରେ ଦଫା ୩୪୧, ୨୯୪, ୩୨୩, ୫୦୬ ଓ ୩୪ ସହ ଅନୁସୂଚିତ ଜାତି ଓ ଜନଜାତି ଆକ୍ଟ-ବିରେ ଦଫା ଲାଗାଇଛି।

ଶେଷରେ ଜେଲ୍ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ତାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ଖୋର୍ଦ୍ଧା ଡାକ୍ତରଖାନାରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ପରେ ତାଙ୍କୁ ଖୋର୍ଦ୍ଧା ସବ୍‌ଜେଲ୍‌କୁ ପଠାଇ ଦିଆଯାଇଛି I

Comments (0)
Add Comment