ଭୁବନେଶ୍ୱର: ରାଜ୍ୟରେ ପୁଣି ବଦଳିବ ପାଣିପାଗ। ଓଡ଼ିଶା ଆକାଶରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଆସନ୍ତା ୨୮ ଓ ୨9 ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD)ର ଆକଳନ ଅନୁଯାୟୀ, ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ମେ’ ୨୮ ଓ ୨୯ ତାରିଖ ଆଡ଼କୁ ଏହି ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ଅଧିକ ରହିଛି। ଏହାର ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା, ପବନ ଏବଂ ବଜ୍ରପାତର ସ୍ଥିତି ଉପୁଜିବ।