୧୯ରେ ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବାରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ କୌଣସି ସୂଚନା ନାହିଁ। ଜନସାଧାରଣ ବାତ୍ୟା ଗୁଜବରେ ଭୟଭୀତ ନହେବାକୁ ଭାରତୀୟ ପାଣିପାଗ ବିଭାଗ (IMD) ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି। ଉତ୍ତର ଥାଇଲ୍ୟାଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ସେପ୍ଟେମ୍ବର ୧୮ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରକୁ ଗତି କରିବ। ହାର ପ୍ରଭାବରେ ସେପ୍ଟେମ୍ବର ୧୯ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।  ଏହି ପ୍ରକ୍ରିୟା ଧୀରେ ଧୀରେ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ସେପ୍ଟେମ୍ବର ୨୩ ସୁଦ୍ଧା ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟତର ହେବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।