ମଧ୍ୟାହ୍ନ ଭୋଜନ ୧ ଟଙ୍କା ବଢ଼ିବ

ଭୁବନେଶ୍ୱର: ସ୍କୁଲ ପିଲାଙ୍କ ମଧ୍ୟାହ୍ନଭୋଜନ ସହାୟତା ରାଶି ବୃଦ୍ଧି କରାଯିବ । ମିଲ ପିଛା ସହାୟତା ରାଶି ୧ ଟଙ୍କା ବୃଦ୍ଧି ହେବ ବୋଲି ଗଣ ଶିକ୍ଷା ମନ୍ତ୍ରୀ କହିଛନ୍ତି । ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ଦେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମିଡ୍ ମେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମିଡ୍ ଡେ ମିଲରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ହେଲେ ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର ।