ମେକ୍ ଇନ୍ ଓଡିଶା : ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ କହିଥିଲେ ଯେ ୨୦୦୧ ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ ସଶକ୍ତ ମା ମାନଙ୍କର ଏକ ମହାଶକ୍ତି ହୋଇଛି । ମୋ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, .it is a non negotiable code. ଏହା ଏକ ପବିତ୍ର ଦାୟିତ୍ଵ।

ଏହାସହ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ,ମା ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠି କାମ କରୁଛନ୍ତି I SHG ମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। We are prepared to run the extra mile to make this happen. ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ I ସେଥିପାଇଁ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି I

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ, ମା ମାନଙ୍କୁ ଦେବା ପାଇଁ ଓଡିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା ଓ ଏହାଦ୍ଵାରା ପ୍ରାୟ ଏକ ଲକ୍ଷ SHG ଉପକାର ପାଉଛନ୍ତି।

ମିଶନ ଶକ୍ତି ଫେଡେରେସନ ମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ର (vibrant financial hub) ରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ଯ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ .ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟ କୁ ସାକାର କରିବା ପାଇଁ ତିରିଶ ଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, Mission Shakti – Scaling Up ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଥିଲେ ।.

ସେହିପରି ଏସଏଚଜି ମାନଙ୍କୁ ରୁଣ ଦେବା ରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ ।
କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ ।

ମିଶନ ଶକ୍ତି ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ସ୍ଵାଗତ ଭାଷଣ ଦେଇଥିଲେ । ବିଭାଗୀୟ ନିର୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।