ମନୀଷ ସିସୋଦିଆଙ୍କୁ ପୁଣି ମିଳିଲାନି ଆଶ୍ଵସ୍ତି

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ଅର୍ଥ ହେରେଫେରେ ମାମଲାରେ ମନୀଷ ସିସୋଦିଆଙ୍କୁ ଆଶ୍ଵସ୍ତି ମିଳିନାହିଁ। ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ କୋର୍ଟ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଆପ୍‌ ନେତା ମନୀଷ ସିସୋଦିଆଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳି ନାହିଁ। ଆଜି ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ହାଜତ ଅବଧିକୁ ପୁଣି ବୃଦ୍ଧି କରିଛନ୍ତି। ଏବେ ସେ ମେ’ ୩୧ ଯାଏ ଜେଲ ହାଜତରେ ରହିବେ। ଅବକାରୀ ନୀତି ଦୁର୍ନୀତି ମାମଲାରେ ଇଡି ଗତବର୍ଷ ଫେବୃଆରୀ ମାସରେ ସିସୋଦିଆଙ୍କୁ ଗିରଫ କରିଥିଲା। ସେବେଠାରୁ ସେ ବିଚାର ବିଭାଗୀୟ ହାଜତରେ ରହିଛନ୍ତି। ସେ ବାରମ୍ବାର ଜାମିନ ଆବେଦନ କରୁଥିଲେ ହେଁ ତାଙ୍କୁ ନିରାଶ ହେବାକୁ ପଡ଼ିଛି। ଏବେ ସେ ପୁଣି ୩୧ ଯାଏ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି।