ଭୁବନେଶ୍ୱର: ମନୋଜ ସାହୁଙ୍କୁ ବଡ଼ ଦାୟିତ୍ବ। ଆନ୍ତଃ କ୍ୟାଡର ଡେପୁଟେସନରେ ଆସିଥିବା ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଗୁରୁଦାୟିତ୍ବ ମିଳିଛି । ଅନ୍ୟପଟେ ବିଷ୍ଣୁପଦ ସେଠୀଙ୍କୁ ପଦରୁ ହଟାଇବା ପରେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏଥି ସହିତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି।