ନୂଆଦିଲ୍ଲୀ: ସୁହାଉଛି ପାଗ, କାଳବୈଶାଖୀ ପାଇଁ ଗତ କିଛି ଦିନ ହେବ ରାଜ୍ୟରେ ତାତି କମିଛି, କିନ୍ତୁ ଏହି ପାଗ ବେଶି ଦିନ ରହିବନି। ରାଜ୍ୟକୁ ପୁଣି ଫେରିବ ତାତି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଏଥର ଆଗୁଆ ଆସିବ ମୌସୁମୀ । ୧୩ ମେ’ ରେ ଦକ୍ଷିଣ ଆଣ୍ଡାମାନ ଛୁଇଁବ ମୌସୁମୀ । ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗରର କିଛି ଅଞ୍ଚଳ ଏବଂ ନିକୋବର ଦୀପପୁଞ୍ଜ ଅଞ୍ଚଳକୁ ମେ ୧୩ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ହେବାକୁ ପାଗ୍ ସାଥ ଦେଉଛି । ପ୍ରତିବର୍ଷ ମେ ୧୮ ରୁ ୧୯ ମଧ୍ୟରେ ପ୍ରାୟତଃ ଆଣ୍ଡାମାନ ଛୁଇଁଥାଏ ମୌସୁମୀ ବାୟୁ । ଏହା ପରେ ଆଗକୁ ବଢ଼ି କେରଳ ନିକଟରେ ଜୁନ୍ ପ୍ରଥମ ସପ୍ତାହରେ ପହଞ୍ଚିଥାଏ । କେରଳ ଛୁଇଁବାର ୧୦ ରୁ ୧୨ ଦିନ ମଧ୍ୟରେ ଓଡିଶାକୁ ଅଗ୍ରସର ହୋଇଥାଏ ମୌସୁମୀ । କିନ୍ତୁ ଚଳିତବର୍ଷ ଏହି ପ୍ରକ୍ରିୟା ସହଳ ହେବ। ଏପରିକି ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।